
ଖୋର୍ଦ୍ଧା , 24 ଅକ୍ଟୋବର (ହି.ସ.), ଜିଲ୍ଲାରେ ବିଭିନ୍ନ ସରକାରୀ ଯୋଜନା ଓ ବିକାଶମୂଳକ କାର୍ଯ୍ୟର ଅଗ୍ରଗତି ନେଇ ଭୁବନେଶ୍ୱରସ୍ଥିତ ସ୍ପେଶାଲ ସର୍କିଟ୍ ହାଉସ୍ଠାରେ ଅର୍ଥ ବିଭାଗର ପ୍ରମୁଖ ସଚିବ ସଞ୍ଜୀବ କୁମାର ମିଶ୍ର, ଆଇଏଏସ୍ଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।।ବୈଠକରେ ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପଞ୍ଚାୟତିରାଜ, ସାମାଜିକ ସୁରକ୍ଷା, ଭିତ୍ତିଭୂମି ବିକାଶ ସମେତ ପ୍ରମୁଖ କ୍ଷେତ୍ରରେ ସରକାରୀ ଯୋଜନାଗୁଡ଼ିକର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା। ଯୋଜନାଗୁଡ଼ିକର ସଫଳ ରୂପାୟନ ସହ ଜନସାଧାରଣଙ୍କୁ ଠିକ୍ ସମୟରେ ସରକାରୀ ସେବା ଯୋଗାଇଦେବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା।ଏହି ବୈଠକରେ ଖୋର୍ଦ୍ଧା ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍)ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ରାକେଶ