
ଭୁବନେଶ୍ୱର, 25 ଅକ୍ଟୋବର (ହି.ସ.) ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଓଡ଼ିଶାର ବିକାଶ ଯାତ୍ରା ଆଜି ଏକ ନୂଆ ଶିଖରରେ ପହଞ୍ଚିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ୱିତ ପ୍ରୟାସ ରାଜ୍ୟ ପାଇଁ ଅନେକ ନୂଆ ସମ୍ଭାବନାର ଦ୍ୱାର ଖୋଲିଛି। ଆଜି ପ୍ରଧାନମନ୍ତ୍ରୀ ପୁଣିଥରେ ଓଡ଼ିଶା ଗସ୍ତରେ ଆସୁଥିବାରୁ ଏହା ରାଜ୍ୟର ବିକାଶ ଯାତ୍ରାକୁ ନୂଆ ଊର୍ଜା ପ୍ରଦାନ କରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।
ଏହି ଗସ୍ତ ‘ସମୃଦ୍ଧ ଓଡ଼ିଶା’ ଓ ‘ବିକଶିତ ଭାରତ’ ଗଠନର ସଂକଳ୍ପକୁ ଆହୁରି ସୁଦୃଢ଼ କରିବ ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ଏଥିସହ ଓଡ଼ିଶା ମାଟିକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସେ ହାର୍ଦ୍ଦିକ ସ୍ୱାଗତ ଓ ଅଭିନନ୍ଦନ ଜଣାଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ