
ଭୁବନେଶ୍ୱର, 25 ଅକ୍ଟୋବର (ହି.ସ.)ପବିତ୍ର କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋସିଆଲ ମିଡିଆ ପୋଷ୍ଟରେ ପବିତ୍ର କୁମାରୋତ୍ସବ ଓ ଗଜଲକ୍ଷ୍ମୀ ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ସେହିପରି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ପବିତ୍ର କୁମାର ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ଅନ୍ୟପକ୍ଷରେ, ସମ୍ବଲପୁର ସାଂସଦ ଶ୍ରୀ ପ୍ରଧାନ ପବିତ୍ର ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ