
ଖୋର୍ଦ୍ଧା, ୨୬ ଅକ୍ଟୋବର (ହି.ସ.) - ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିଥ ପାରୁଷୋତମ୍ ଦାସଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ ସଂକଳ୍ପ ସ୍ୱସ୍ତିକ ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ବି ଡି ଓ, ଟାଙ୍ଗୀ, ରୁମାନା ଜାଫ୍ରି, ତହସିଲଦାର, ଟାଙ୍ଗୀ ଏବଂ ଆସିଷ୍ଟାଂଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ୱରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ । ଆଜିର ଅଭିଯୋଗ ଶିବିରକୁ ମୋଟ ୪୫ଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୨୯ ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୬ଟି ଗ୍ରାମୀଣ ସମସ୍ୟା ଜନିତ ଥିଲା । ଜିଲ୍ଲାପାଳ , ଶ୍ରୀ ଋତୁରାଜ ଅଭିଯୋଗ ଶିବିରରେ ୦୭ ଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ କ୍ଷ ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ । ରାଣୀ ପଲାଇ, ଗ୍ରାମ ଜଙ୍କିଆଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ରେଡ୍ କ୍ରସ୍ ପାଣ୍ଠିରୁ ଜିଲ୍ଲାପାଳ ୨୦ ହଜାର ଆର୍ôଥକ ସାହାଯ୍ୟ ମଜୁରୀ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସୁମିତ୍ରା ଚମ୍ପତି, ଗ୍ରାମ: ଓରାଡ ଙ୍କୁ ଚିକିତ୍ସା ନିମନ୍ତେ ୨୦ ହଜାର, ମମତାରାଣି କର, ଗ୍ରାମ ଓରାଡଙ୍କୁ ଆର୍ôଥକ ସହାୟତା ନିମନ୍ତେ ୩୦ ହଜାର ଟଙ୍କା, ବାପୁ ରାଉତରାୟ, ଗ୍ରାମ:ମଙ୍ଗଳାଯୋଡ଼ିଙ୍କୁ ଚିକିତ୍ସା ନିମନ୍ତେ ୨୦ହଜାର ଏବଂ ସତ୍ୟଭାମା ସାହୁ, ଗ୍ରାମ: ଜଙ୍କିଆଙ୍କୁ ଚିକିତ୍ସା ନିମନ୍ତେ ୨୦ ହଜାର ରାଶି ମଞ୍ଜୁରୀ କରିଥିଲେ କ୍ଷ ଜଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ଶ୍ରୀୟା ଶାଶ୍ୱତୀ , ଉପ ନିର୍ଦ୍ଦେଶକ ଯୋଜନା ଓ ପରିସଂଖ୍ୟାନ, ଶଙ୍କର ବେହେରା, ଅଗ୍ରଣୀ ବ୍ୟାଙ୍କ୍ ପରିଚାଳକ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଅଶୋକ କୁମାର ବେହେରା, ଅବକାରୀ ଅଧିକ୍ଷକ, ସୁମତି ତ୍ରିପାଠୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଦିଲ୍ଲୀପ ହିଆଲଙ୍କ ସମେତ ତ୍ରିସ୍ତରୀୟ ପଂଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ଶିକ୍ଷା, ସ୍ୱାସ୍ଥ୍ୟ ଓ ଗମନାଗମନ ବରିଷ୍ଠ ଅଧିକାରୀ ବୃନ୍ଦ,ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଂଟ ଯନ୍ତ୍ରୀ ଓ ଅଧିକାରୀ ଏବଂ ଗଣ ମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ ।
ହିନ୍ଦୁସ୍ଥାନ ସମାଚାର / ରାକେଶ