ଦୁର୍ନୀତି ନିବାରଣ ସତର୍କତା ଶପଥ ପାଠ କରାଇଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୨୬ ଅକ୍ଟୋବର (ହି.ସ.)- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ ସୋମବାର ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ “ସାଧୁତାର ଶପଥ” ପାଠ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରୀୟ ସତର୍କତା ଆୟୋଗଙ୍କ ପ୍ରଦତ ନିର୍ଦ୍ଦେଶନାମା ଅନୁସାରେ ସାରା ଦେଶରେ ଅକ୍ଟୋବର ୨୬ର
ki


ଭୁବନେଶ୍ୱର,୨୬ ଅକ୍ଟୋବର (ହି.ସ.)- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ ସୋମବାର ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ “ସାଧୁତାର ଶପଥ” ପାଠ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରୀୟ ସତର୍କତା ଆୟୋଗଙ୍କ ପ୍ରଦତ ନିର୍ଦ୍ଦେଶନାମା ଅନୁସାରେ ସାରା ଦେଶରେ ଅକ୍ଟୋବର ୨୬ରୁ ୧ ନଭେମ୍ବର ପର୍ଯ୍ୟନ୍ତ ଦେଶରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଥିବା ବେଳେ ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟ ପରିସରରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଯୋଗଦେଇ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ।ଚଳିତ ବର୍ଷର ଦୁର୍ନୀତି ନିବାରଣ ସଚେତନତା ସପ୍ତାହର ବିଷୟବସ୍ତୁ ରହିଛି “ସାଧୁତାରୁ ସମୃଦ୍ଧି”।

ସବୁ ସମୟରେ ସତର୍କତା ସହିତ ସର୍ବାଧିକ ସାଧୁତା ଓ ସତ୍ୟନିଷ୍ଠାରେ ପ୍ରତିବଦ୍ଧ ରହି କାର୍ଯ୍ୟ କରିବା, ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ଏବଂ ଆଇନର ଶାସନକୁ ଅନୁପାଳନ କରିବା, ଉକେôାଚ ନ ନେବା ଏବଂ ନ ଦେବା, ସମସ୍ତ ଦାୟିତ୍ୱକୁ ସାଧୁତା ଏବଂ ସ୍ୱଚ୍ଛତାର ସହ ସମ୍ପାଦନ କରିବା, ଜନସାଧାରଣଙ୍କ ହିତ ସାଧନ ପାଇଁ କାର୍ଯ୍ୟ କରିବା, ନିଜ ବ୍ୟକ୍ତିଗତ ଆଚରଣରେ ଦୃଷ୍ଟାନ୍ତମୂଳକ ସାଧୁତା ବଜାୟ ରଖିବାକୁ ଅଧିକାରୀ ଓ କର୍ମଚାରୀମାନେ ଶପଥ ନେଇଥିଲେ। ଏହି କାର୍ଯ୍ୟକ୍ରମରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠଙ୍କ ସମେତ ବିଭାଗର ଅନ୍ୟ ବିଭିନ୍ନ ଶାଖାର ବରିଷ୍ଠପଦାଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ଶପଥ ପାଠ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande