
ଭୁବନେଶ୍ୱର, ୨୬ ଅକ୍ଟୋବର (ହି.ସ)- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୬ ପାଳନ ଅବସରରେ ସୋମବାର ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗରେ ସାଧୁତାର ଶପଥ ପାଠ କରାଯାଇଛି। କାର୍ଯ୍ୟକ୍ରମରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ଯୋଗଦେଇ ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟ ପରିସରରେ ସମବେତ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ। ଚଳିତ ବର୍ଷ ଦୁର୍ନୀତି ନିବାରଣ ସଚେତନତା ସପ୍ତାହର ପ୍ରସଙ୍ଗ ରହିଛି ସାଧୁତାରୁ ସମୃଦ୍ଧି' ।ଏହି ମର୍ମରେ ଅଧିକାରୀ ଓ କର୍ମଚାରୀମାନେସବୁ ସମୟରେ ସତର୍କତା ସହିତ ସର୍ବାଧିକ ସାଧୁତା ଓ ସତ୍ୟନିଷ୍ଠାରେ ପ୍ରତିବଦ୍ଧ ରହି କାର୍ଯ୍ୟ କରିବା, ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ଏବଂ ଆଇନର ଶାସନକୁ ଅନୁପାଳନ କରିବା, ଉକେôାଚ ନ ନେବା ଏବଂ ନ ଦେବା, ସମସ୍ତ ଦାୟିତ୍ୱକୁ ସାଧୁତା ଏବଂ ସ୍ୱଚ୍ଛତାର ସହ ସମ୍ପାଦନ କରିବା, ଜନସାଧାରଣଙ୍କ ହିତ ସାଧନ ପାଇଁ କାର୍ଯ୍ୟ କରିବା ଏବଂ ନିଜ ବ୍ୟକ୍ତିଗତ ଆଚରଣରେ ଦୃଷ୍ଟାନ୍ତମୂଳକ ସାଧୁତା ବଜାୟ ରଖିବାକୁ ଶପଥ ନେଇଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା