
ଭୁବନେଶ୍ୱର, 27 ଅକ୍ଟୋବର (ହି.ସ.) ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଏବଂ ଜରୁରୀକାଳୀନ ପରିସ୍ଥିତିରେ ତ୍ୱରିତ ସହାୟତା ଯୋଗାଇଦେବା ପାଇଁ ଓଡ଼ିଶା ପୋଲିସର କେନ୍ଦ୍ରାଞ୍ଚଳ ଅଧୀନରେ ଥିବା ସମସ୍ତ ୭ଟି ଜିଲ୍ଲାରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରୁଛି। କେନ୍ଦ୍ରାଞ୍ଚଳ ଆଇଜିଙ୍କ ପକ୍ଷରୁ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।
ଜନସାଧାରଣଙ୍କୁ ସତର୍କ ରହିବା ସହ ଅତ୍ୟାବଶ୍ୟକ ନଥିଲେ ଯାତାୟାତ ନକରିବାକୁ ପୋଲିସ ପରାମର୍ଶ ଦେଇଛି। ଏଥିସହ ସରକାରଙ୍କ ପକ୍ଷରୁ ଜାରି ସରକାରୀ ସୂଚନା ଓ ପରାମର୍ଶକୁ ଅନୁସରଣ କରିବାକୁ ନାଗରିକମାନଙ୍କୁ ଅନୁରୋଧ କରାଯାଇଛି।
ଯେକୌଣସି ଜରୁରୀକାଳୀନ ପରିସ୍ଥିତିରେ ସହାୟତା ପାଇଁ ୧୧୨ ନମ୍ବରକୁ ଫୋନ୍ କରିବାକୁ ପୋଲିସ ପକ୍ଷରୁ କୁହାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସୂଚନାକୁ ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାଇ ଜନସାଧାରଣଙ୍କ ସୁରକ୍ଷା ଦିଗରେ ସହଯୋଗ କରିବାକୁ ମଧ୍ୟ ଅନୁରୋଧ କରାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ