ମୂଳାସର ଜଙ୍ଗଲରେ ଅବକାରି ଚଡାଉ
ଜୟପୁର 27 ଅକ୍ଟୋବର (ହି.ସ.) ଜୟପୁର ସଦର ଥାନା ଅନ୍ତର୍ଗତ ମୂଳାସର ଜଙ୍ଗଲରେ ଆଜି ଅବକାରି ଚଢାଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୁଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରିଛି । ଚଢାଉ ସୁଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ
ମୂଳାସର  ଜଙ୍ଗଲରେ ଅବକାରି ଚଡାଉ


ଜୟପୁର 27 ଅକ୍ଟୋବର (ହି.ସ.) ଜୟପୁର ସଦର ଥାନା ଅନ୍ତର୍ଗତ ମୂଳାସର ଜଙ୍ଗଲରେ ଆଜି ଅବକାରି ଚଢାଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୁଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରିଛି । ଚଢାଉ ସୁଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ 18 ଶହ ଲିଟର ପୋଚ ଓ 190 ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଅଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande