ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ କଳାହାଣ୍ଡିରେ ପ୍ରସ୍ତୁତି ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 27 ଅକ୍ଟୋବର (ହି.ସ.) ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ କଳାହାଣ୍ଡି ଜିଲ୍ଲାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ସମ୍ଭାବ୍ୟ ବାତ୍ୟା ପ୍ରଭାବି
ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ କଳାହାଣ୍ଡିରେ ପ୍ରସ୍ତୁତି ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 27 ଅକ୍ଟୋବର (ହି.ସ.) ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ କଳାହାଣ୍ଡି ଜିଲ୍ଲାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରଶାସନିକ ପ୍ରସ୍ତୁତି, ସୁରକ୍ଷା ବ୍ୟବସ୍ଥା ଓ ଜନସାଧାରଣଙ୍କୁ ଜରୁରୀ ସେବା ଯୋଗାଣ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।

ବୈଠକ ପରେ ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ମନ୍ତ୍ରୀ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛି। ଜନସାଧାରଣଙ୍କ ସୁରକ୍ଷା ଓ ସେମାନଙ୍କ ସମସ୍ୟାର ତ୍ୱରିତ ସମାଧାନକୁ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ବାତ୍ୟା ସମୟରେ ଶୂନ୍ୟ ଜୀବନହାନି ଲକ୍ଷ୍ୟ ହାସଲ ପାଇଁ ସରକାର ପ୍ରସ୍ତୁତ ଥିବା ସେ ଉଲ୍ଲେଖ କରିଛନ୍ତି।

ମନ୍ତ୍ରୀ ଜନସାଧାରଣଙ୍କୁ କୌଣସି ଗୁଜବରେ ବିଶ୍ୱାସ ନକରିବା ଏବଂ ଭୟଭୀତ ନହେବାକୁ ଅନୁରୋଧ କରିଛନ୍ତି। ବୈଠକରେ କଳାହାଣ୍ଡି ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande