ବଙ୍ଗୋପସାଗରରେ ଶକ୍ତିଶାଳୀ ହେଲା ବାତ୍ୟା ‘ଅର୍ଣ୍ଣବ’, କାଲି ପୂର୍ବାହ୍ନ ସୁଦ୍ଧା ସ୍ଥଳଭାଗ ଅତିକ୍ରମ କରିପାରେ, ରାଜ୍ୟର 14 ଜିଲ୍ଲା ପାଇଁ ସତର୍କତା
ଭୁବନେଶ୍ୱର, 27 ଅକ୍ଟୋବର (ହି.ସ) ବଙ୍ଗୋପସାଗରରେ ଭୟଙ୍କର ରୂପ ନେଇଛି ବାତ୍ୟା ‘ଅର୍ଣ୍ଣବ’ । ଅତି ଭୀଷଣ ବାତ୍ୟାର ରୂପ ନେଇ ଏହା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇଛି । ଆସନ୍ତାକାଲି ପୂର୍ବାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ୟାନମ୍ ନିକଟରେ ସ୍ଥଳଭାଗ ଅତିକ୍ରମ କରିବାର ଆଶଙ୍କା ରହିଛି । ସ୍ଥଳଭାଗ ଛୁ
ବଙ୍ଗୋପସାଗରରେ ଶକ୍ତିଶାଳୀ ହେଲା ବାତ୍ୟା ‘ଅର୍ଣ୍ଣବ’, କାଲି ପୂର୍ବାହ୍ନ ସୁଦ୍ଧା ସ୍ଥଳଭାଗ ଅତିକ୍ରମ କରିପାରେ, ରାଜ୍ୟର 14 ଜିଲ୍ଲା ପାଇଁ ସତର୍କତା


ଭୁବନେଶ୍ୱର, 27 ଅକ୍ଟୋବର (ହି.ସ) ବଙ୍ଗୋପସାଗରରେ ଭୟଙ୍କର ରୂପ ନେଇଛି ବାତ୍ୟା ‘ଅର୍ଣ୍ଣବ’ । ଅତି ଭୀଷଣ ବାତ୍ୟାର ରୂପ ନେଇ ଏହା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇଛି । ଆସନ୍ତାକାଲି ପୂର୍ବାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ୟାନମ୍ ନିକଟରେ ସ୍ଥଳଭାଗ ଅତିକ୍ରମ କରିବାର ଆଶଙ୍କା ରହିଛି । ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୫ କିଲୋମିଟର ରହିପାରେ । ଏପଟେ ବାତ୍ୟାର ପ୍ରଭାବରେ ଓଡ଼ିଶାର ୧୪ଟି ଜିଲ୍ଲାରେ ବର୍ଷା, ବଜ୍ରପାତ ଓ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି ହୋଇଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଅକ୍ଟୋବର ୨୭ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ପୂର୍ବାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ୟାନମ୍ ଉପକୂଳ ନିକଟରେ ସ୍ଥଳଭାଗ ଅତିକ୍ରମ କରିପାରେ ।

ବାପଟଲା ଓ ବିଶାଖାପାଟଣା ମଧ୍ୟବର୍ତ୍ତୀ ଅଞ୍ଚଳରେ, ୟାନମ୍ ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିଲୋମିଟର ରହିପାରେ । ଝଟକା ପବନର ବେଗ ୧୪୦ କିଲୋମିଟର ପର୍ଯ୍ୟନ୍ତ ବଢ଼ିପାରେ ।

ଅନ୍ୟପଟେ ବାତ୍ୟାର ପ୍ରଭାବକୁ ନେଇ ଓଡ଼ିଶାର ୧୪ଟି ଜିଲ୍ଲାକୁ ସତର୍କ କରାଯାଇଛି । କୋରାପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ପୁରୀ, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଓ ଝଡ଼ ପବନର ଆଶଙ୍କା ରହିଛି ।

ଆଗାମୀ ୩ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଏଥିସହ ବଜ୍ରପାତର ମଧ୍ୟ ଆଶଙ୍କା ରହିଛି । ବିଶେଷକରି ପାହାଡ଼ିଆ ଅଞ୍ଚଳରେ ଲଗାଣ ବର୍ଷା ହେଲେ ଭୂସ୍ଖଳନର ଆଶଙ୍କା ରହିଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande