
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ଡକ୍ଟର ହୋମି
ଜାହାଙ୍ଗୀର ଭାବାଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.
ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସ ମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ଆଣବିକ
ଶକ୍ତିର ଜନକ ଡକ୍ଟର ହୋମି ଜାହାଙ୍ଗୀର ଭାବାଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଭାରତକୁ
ପରମାଣୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଆତ୍ମନିର୍ଭରଶୀଳ ଏବଂ ବିଶ୍ୱସ୍ତରରେ ଏକ
ଶକ୍ତିଶାଳୀ ରାଷ୍ଟ୍ର ଭାବେ ଗଢ଼ିତୋଳିବାରେ ସେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା