ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବାଲେଶ୍ୱର ଜିଲ୍ଲାର ବାଲେଶ୍ୱରରେ ୫୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଶୋଳାଘ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବାଲେଶ୍ୱର ଜିଲ୍ଲାର ବାଲେଶ୍ୱରରେ ୫୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଶୋଳାଘାଟରେ ୪୭.୪ ମି.ମି., ବାଲେଶ୍ୱର ଜିଲ୍ଲାର ଔପଦାରେ ୪୬.୦ ମି.ମି., ଏନ୍.ଏଚ.-୫, ଗୋବିନ୍ଦପୁରରେ ୪୪.୮ ମି.ମି., ଭଦ୍ରକ ଜିଲ୍ଲାର ତିହିଡ଼ିରେ ୪୨.୦ ମି.ମି., ବାଲେଶ୍ୱର ଜିଲ୍ଲାର ରେମୁଣାରେ ୪୦.୦ ମି.ମି., ନିଳଗିରିରେ ୩୬.୦ ମି.ମି., ଜଇପୁରରେ ୨୮.୪ ମି.ମି., କଟକ ଜିଲ୍ଲାର କଟକରେ ୨୫.୮ ମି.ମି., ବାଲେଶ୍ୱର ଜିଲ୍ଲାର ସୋରୋରେ ୨୫.୫ ମି.ମି., ବାହାନଗାରେ ୨୫.୦ ମି.ମି. ଏବଂ କଟକ ଜିଲ୍ଲାର ନିଆଳିରେ ୨୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande