ଆସନ୍ତା ୨ରୁ ୪ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ.)- ଆସନ୍ତା ୨ରୁ ୪ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ମତ୍ସ୍ୟଜିବୀ ମାନଙ୍କୁ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଓ ବାହାର ସମୁଦ୍ରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି ।

୨ ତାରିଖ ସନ୍ଧ୍ୟା ଠାରୁ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ତଥା ଏହାର ଝଟ୍କା ୬୦ କି.ମି.କୁ ଛୁଇଁପାରେ । ୩ ତାରିଖ ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଏହା କ୍ରମଶଃ ବୃଦ୍ଧି ପାଇ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ତଥା ଏହାର ଝଟ୍କା ୭୦ କି.ମି.କୁ ଛୁଇଁପାରେ । ଏହାପରେ ୩ ତାରିଖ ରାତି ଠାରୁ ୪ ତାରିଖ ଅପରାହ୍ନ ସୁଦ୍ଧା ପବନର ବେଗ କ୍ରମଶଃ ହ୍ରାସ ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande