
ଭୁବନେଶ୍ୱର, 06 ଅକ୍ଟୋବର (ହି.ସ.)- ଧାମନଗର ବିଧାୟକ
ସୂର୍ଯ୍ୟବଂଶୀ ସୂରଜଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
ଓ ଅନ୍ୟମାନେ ।
ଏନେଇ ସୋସିଆଲ ମିଡିଆ
ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଧାମନଗରର
ଲୋକପ୍ରିୟ ବିଧାୟକ ତଥା ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା,ସାହିତ୍ୟ
ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ
ଓ ଶୁଭକାମନା। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବାବା ଆଖଣ୍ଡଳମଣି ଆପଣଙ୍କୁ ସୁଖୀ,ନିରୋଗ ଓ
ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।
ଉପମୁଖ୍ୟମନ୍ତ୍ରୀ କନକ
ବର୍ଦ୍ଧନ ସିଂହଦେଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଧାମନଗରର ବିଧାୟକ ତଥା ମାନନୀୟ
ଉଚ୍ଚ ଶିକ୍ଷା, କ୍ରୀଡ଼ା
ଓ ଯୁବ ସେବା ଏବଂ ଓଡ଼ିଆ ଭାଷା,ସାହିତ୍ୟ
ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ତାଙ୍କ ଶୁଭ ଜନ୍ମଦିନ ଅବସରରେ ମୋର
ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ନିକଟ ରେ ଆପଣ ଙ୍କ
ନିରୋଗ ଓ ଦୀର୍ଘାୟୁ ଜୀବନର ପ୍ରାର୍ଥନା କରୁଛି।
ଉପମୁଖ୍ୟମନ୍ତ୍ରୀ ପ୍ରଭାତି
ପରିଡା ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଧାମନଗରର ଲୋକପ୍ରିୟ ବିଧାୟକ ତଥା ମାନ୍ୟବର
ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ
ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଜନ୍ମଦିନର ଶୁଭ ଅବସରରେ ହାର୍ଦ୍ଦିକ
ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ଆପଣ ସର୍ବଦା
ସୁସ୍ଥ ଓ ନିରୋଗ ରହିବା ସହ ଜନସେବାରେ ନିରନ୍ତର ବ୍ରତୀ ରୁହନ୍ତୁ।
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ
ମହାଲିଙ୍ଗ କହିଛନ୍ତି ଯେ, ଧାମନଗରର ଲୋକପ୍ରିୟ ବିଧାୟକ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ
ସୂରଜଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁଙ୍କ ନିକଟରେ
ଆପଣଙ୍କ ସୁଖମୟ ଦୀର୍ଘ ଜୀବନ କାମନା କରୁଛି।
ଆଇନ ମନ୍ତ୍ରୀ ପୃଥ୍ୱୀରାଜ
ହରିଚନ୍ଦନ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଓଡ଼ିଶାର ଉଚ୍ଚଶିକ୍ଷା, ଭାଷା, ସାହିତ୍ୟ, ସଂସ୍କୃତି, କ୍ରୀଡ଼ା
ଓ ଯୁବସେବା ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା
ଓ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ
ଏବଂ ରାଜ୍ୟର ଯୁବ ଓ କ୍ରୀଡ଼ା କ୍ଷେତ୍ରକୁ ଆଗକୁ ନେବା ପାଇଁ ଅପାର ଶକ୍ତି ପ୍ରଦାନ କରନ୍ତୁ।
କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ
ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଓଡ଼ିଶା ସରକାରରେ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ
ତାଙ୍କ ଶୁଭ ଜନ୍ମଦିନ ଅବସରରେ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ମହାପ୍ରଭୁ
ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ନିରୋଗ ଓ ଦୀର୍ଘାୟୁ ଜୀବନର ପ୍ରାର୍ଥନା କରୁଛି।
ପୂର୍ବତନ କେନ୍ଦ୍ରମନ୍ତ୍ରୀ
ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଓଡ଼ିଶାର ଉଚ୍ଚ ଶିକ୍ଷା, କ୍ରୀଡ଼ା
ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଜନ୍ମଦିନର ଶୁଭେଚ୍ଛା । ମହାପ୍ରଭୁଙ୍କ
ପାଖରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘ ତଥା ନିରାମୟ ଜୀବନ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା