ମୋରଡା ବିଧାୟକ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 06 ଅକ୍ଟୋବର (ହି.ସ.)- ମୋରଡା ବିଧାୟକ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ
କୃଷ୍ଣଚନ୍ଦ୍ର         ମହାପାତ୍ର


ଭୁବନେଶ୍ୱର, 06 ଅକ୍ଟୋବର (ହି.ସ.)- ମୋରଡା ବିଧାୟକ

କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ,

ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ମୋରଡ଼ାର

ଲୋକପ୍ରିୟ ବିଧାୟକ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ,

ସାର୍ବଜନୀନ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ

ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ

ସୁଖୀ,ନିରୋଗ ଓ

ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।

ଉପମୁଖ୍ୟମନ୍ତ୍ରୀ କନକ

ବର୍ଦ୍ଧନ ସିଂହଦେଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ମୋରଡ଼ାର ବିଧାୟକ ତଥା ମାନନୀୟ ଗୃହ

ନିର୍ମାଣ ଓ ନଗର ଉନ୍ନୟନ, ସାର୍ବଜନୀନ

ଉଦ୍ୟୋଗ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ତାଙ୍କ ଶୁଭ ଜନ୍ମଦିନ ଅବସରରେ ମୋର

ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ନିରୋଗ ଓ

ଦୀର୍ଘାୟୁ କରନ୍ତୁ।

ସୋସିଆଲ ମିଡିଆ ଏକ୍ସରେ

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ମୋରଡ଼ାର ଜନପ୍ରିୟ

ବିଧାୟକ ତଥା ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର

ମହାପାତ୍ରଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ମହାପ୍ରଭୁ

ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ଆପଣ ସର୍ବଦା ସୁସ୍ଥ ଓ ନିରୋଗ ରହିବା ସହ ଦୀର୍ଘାୟୁ ହୁଅନ୍ତୁ

।

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଜନ୍ମ ଦିନର ହାର୍ଦ୍ଦିକ

ଶୁଭକାମନା। ମା' ସମଲେଶ୍ଵରୀଙ୍କ ନିକଟରେ ଆପଣଙ୍କ ଦୀର୍ଘ, ସୁସ୍ଥ

ଏବଂ ନିରାମୟ ଜୀବନ କାମନା କରୁଛି।

ଆଇନ ମନ୍ତ୍ରୀ ପୃଥ୍ୱୀରାଜ

ହରିଚନ୍ଦନ ଏକ ବାର୍ତ୍ତାରେ କହିଛନ୍ତି ଯେ, ଓଡ଼ିଶାର ଗୃହ ଓ ନଗର ଉନ୍ନୟନ, ସାଧାରଣ

ଅଭିଯୋଗ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ

ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଦୀର୍ଘାୟୁ, ସୁସ୍ଥ

ନିରାମୟ ଜୀବନ ଏବଂ ସଫଳତା କାମନା କରୁଛି।

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

ଏକ ବାର୍ତ୍ତା ଜାରି କହିଛନ୍ତି ଯେ, ମୋରଡ଼ା ବିଧାୟକ ତଥା ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ

କୃଷ୍ଣଚନ୍ଦ୍ର ମହାପାତ୍ର ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥ

ଆପଣଙ୍କୁ ସୁସ୍ଥ, ସୁଖୀ ଓ ଦୀର୍ଘାୟୁ କରନ୍ତୁ ।

ପୂର୍ବତନ କେନ୍ଦ୍ରମନ୍ତ୍ରୀ

ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଓଡ଼ିଶାର

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଜନ୍ମ ଦିବସର ହାର୍ଦ୍ଦିକ ଶୁଭକାମନା

। ମହାପ୍ରଭୁ ଆପଣଙ୍କୁ ଦୀର୍ଘାୟୁ କରନ୍ତୁ,

ଏହା କାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande