ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ମୁକାବିଲା ପାଇଁ କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜରୁରୀକାଳୀନ ସମୀକ୍ଷା ବୈଠକ
ଜୟପୁର, ୧ ନଭେମ୍ବର (ହି.ସ.)- ଆସନ୍ତା ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ଏକ ଜରୁରୀକାଳୀନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି, ଆଗୁଆ ସତର୍କତା ବ୍ୟବସ
ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ମୁକାବିଲା ପାଇଁ କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜରୁରୀକାଳୀନ ସମୀକ୍ଷା ବୈଠକ


ଜୟପୁର, ୧ ନଭେମ୍ବର (ହି.ସ.)- ଆସନ୍ତା ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ଏକ ଜରୁରୀକାଳୀନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି, ଆଗୁଆ ସତର୍କତା ବ୍ୟବସ୍ଥା, ଜରୁରୀକାଳୀନ ସେବା, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ, ଆଶ୍ରୟସ୍ଥଳୀଗୁଡ଼ିକର ପ୍ରସ୍ତୁତି ତଥା ଆବଶ୍ୟକୀୟ ଜୀବନରକ୍ଷାକାରୀ ସାମଗ୍ରୀର ଉପଲବ୍ଧତା ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଜରୁରୀ ପରିସ୍ଥିତିରେ ତ୍ୱରିତ ପଦକ୍ଷେପ ଗ୍ରହଣ ଏବଂ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଥିଲା।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande