ଥୁଆମୂଲ ରାମପୁର ଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଭବାନୀପାଟଣା ୧୬ନଭେମ୍ବର (ହିଁ. ସ ) ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରି ସେଗୁଡ଼ିକର ତ୍ୱରିତ ଓ ନ୍ୟାୟସଙ୍ଗତ ସମାଧାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି ଥୁଆମୁଲ ରାମପୁର ସ୍ଥିତ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା
ଥୁଆମୂଲ ରାମପୁର ଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ଭବାନୀପାଟଣା ୧୬ନଭେମ୍ବର (ହିଁ. ସ )

ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରି ସେଗୁଡ଼ିକର ତ୍ୱରିତ ଓ ନ୍ୟାୟସଙ୍ଗତ ସମାଧାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି ଥୁଆମୁଲ ରାମପୁର ସ୍ଥିତ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେ।ଏହି ଶିବିର ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୌମ୍ୟ ରଞ୍ଜନ ପ୍ରଧାନ,ବନ ଖଣ୍ଡ ଅଧିକାରୀ (ଦକ୍ଷିଣ) ଆର୍ କଲାଇଭାନନ୍, ଉପ ଜିଲ୍ଲାପାଳ ଭବାନୀପାଟଣା ଆଶିନି ଏ ଏଲ, ଅତିରିକ୍ତ ଆରକ୍ଷୀ ଅଧିକାରୀ, କଳାହାଣ୍ଡି ତାରା ଜସ୍ମିନ୍ ଗୁଡ଼ିଆ, ବ୍ଲକ୍ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଅଭିଯୋଗ ଶୁଣାଣି ଶିବିରରେ ମୋଟ ୯୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୩୭ଟି ଗ୍ରାମ୍ୟ ଓ ସାମୂହିକ ଅଭିଯୋଗ ରହିଥିଲା। ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିରୁ ୧ ଜଣଙ୍କୁ ଏବଂ ରେଡ୍କ୍ରସ ପାଣ୍ଠି ରୁ ୨ ଜଣ ଙ୍କୁ ଆର୍ଥିକ ସହାୟତା ଦିଆଯାଇଥିଲା।ଗ୍ରହଣ କରାଯାଇଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ୭ଟିର ସମାଧାନ ତତ୍କାଳ ଘଟଣାସ୍ଥଳରେ କରାଯାଇଥିଲା। ଅବଶିଷ୍ଟ ଅଭିଯୋଗଗୁଡ଼ିକର ତ୍ୱରିତ ତଦନ୍ତ ଓ ନିୟମାନୁଯାୟୀ ସମାଧାନ ପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ପଠାଯାଇଥିଲା।ହିନ୍ଦୁସ୍ଥାନ ସମାଚାର

ହିନ୍ଦୁସ୍ଥାନ ସମାଚାର / ଜୟକୃଷ୍ଣ


 rajesh pande