ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : କୋର୍ଟରେ ଆତ୍ମସମର୍ପଣ କଲେ ବିଦ୍ୟାଭାରତୀ
ପାରଳାଖେମୁଣ୍ଡି, ୨ ନଭେମ୍ବର (ହି.ସ.)- ବହୁଚର୍ଚ୍ଚିତ ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଆଜି କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା । ଆତ୍ମସମର୍ପଣ ପରେ ଗିରଫ ହୋଇ ପାରନ୍ତି ବିଦ୍ୟାଭାରତୀ । ପାରଳାଖେମୁଣ୍ଡି ଏସ.ଡ
ବିଦ୍ୟାଭାରତୀ ପଣ୍ଡା ଫାଇଲ ଫୋଟୋ


ପାରଳାଖେମୁଣ୍ଡି, ୨ ନଭେମ୍ବର (ହି.ସ.)- ବହୁଚର୍ଚ୍ଚିତ ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଆଜି କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା । ଆତ୍ମସମର୍ପଣ ପରେ ଗିରଫ ହୋଇ ପାରନ୍ତି ବିଦ୍ୟାଭାରତୀ । ପାରଳାଖେମୁଣ୍ଡି ଏସ.ଡି.ଜେ.ଏମ. କୋର୍ଟରେ ସେ ଆତ୍ମସମର୍ପଣ କରିଛନ୍ତି । ହାଇକୋର୍ଟରେ ଜାମିନ ଆବେଦନ ଖାରଜ ହେବା ପରେ ବିଦ୍ୟାଭାରତୀ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ।

ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଚର୍ଚ୍ଚାରେ ଥିଲେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା । ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି କରି ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ । ସମସ୍ତ ଆଇନଗତ ବିକଳ୍ପ ଶେଷ ହେବା ପରେ ମୁଖ୍ୟ ଅଭିଯୁକ୍ତ ତଥା ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଶେଷରେ ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ।

ମାମଲାରେ ବିଦ୍ୟାଭାରତୀଙ୍କ ଗିରଫଦାରୀ ଏଡ଼ାଇବା ପାଇଁ ଦୀର୍ଘ ଦିନ ଧରି ଚେଷ୍ଟା ଚାଲିଥିଲା । ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କର ସ୍ପେଶାଲ ଲିଭ୍ ପିଟିସନକୁ ଖାରଜ କରିଦେବା ପରେ ସେ ଓଡ଼ିଶା ହାଇକୋର୍ଟରେ ଅଗ୍ରିମ ଜାମିନ ଆବେଦନ କରିଥିଲେ । ତେବେ ଜଷ୍ଟିସ ବୀରଭଦ୍ର ନରସିଂହଙ୍କ ଏକକ ଖଣ୍ଡପୀଠ ତାଙ୍କର ଏହି ଆବେଦନକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରି ନିମ୍ନ ଅଦାଲତରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ । ଫଳରେ ଗିରଫ ଭୟରେ ଥିବା ବିଦ୍ୟାଭାରତୀ ଆଜି ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ।

୨୦୨୧ ମସିହା ଜୁଲାଇ ୧୨ ତାରିଖ ରାତିରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ରହସ୍ୟଜନକ ଭାବେ ୯୦ ପ୍ରତିଶତ ପୋଡ଼ି ହୋଇଯାଇଥିଲେ । ପରଦିନ ଅର୍ଥାତ୍ ଜୁଲାଇ ୧୩ ତାରିଖରେ କଟକର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର ଏହାକୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଥିଲେ । ସେ ବୋହୂ ବିଦ୍ୟାଭାରତୀ, ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ନାମରେ ଏଫ୍ ଆଇଆର୍ ଦେଇଥିଲେ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande