
ଭୁବନେଶ୍ୱର, ୨ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୨ରୁ ୪ ତାରିଖ ପର୍ଯ୍ୟନ୍ତ ଭୀଷଣ ବର୍ଷା ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
୨ ତାରିଖରେ ଭୀଷଣ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଏସବୁ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
୩ ତାରିଖରେ ଭୀଷଣ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଏସବୁ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଅନୁରୂପ ଭାବେ ୪ ତାରିଖରେ ଭୀଷଣ ବର୍ଷା ସମ୍ଭାବନା ନେଇ ୨ ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ