ଆଜି ରାତି ରୁ ଭୋର ୪ ଟା ମଧ୍ୟରେ ସ୍ଥଳ ଭାଗ ଛୁଇଁପାରେ ବାତ୍ୟା ମୁରାସୁ
ଭୁବନେଶ୍ୱର, ୦୨ ନଭେମ୍ବର (ହି.ସ.) - ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ‘ମୁରାସୁ ବର୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି। ଏହା ଗତ ୬ ଘଂଟା ମଧ୍ୟରେ ଘଂଟାପ୍ରତି ୨୨ କିଲୋମିଟର ବେଗରେ ପଶ୍ଚିମ-ଉତରପଶ୍ଚିମ ଦିଗକୁ ଗତି କରିଛି। ଏହା ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଓ ନରସାପୁ
Murasu


ଭୁବନେଶ୍ୱର, ୦୨ ନଭେମ୍ବର (ହି.ସ.) - ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ‘ମୁରାସୁ ବର୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି। ଏହା ଗତ ୬ ଘଂଟା ମଧ୍ୟରେ ଘଂଟାପ୍ରତି ୨୨ କିଲୋମିଟର ବେଗରେ ପଶ୍ଚିମ-ଉତରପଶ୍ଚିମ ଦିଗକୁ ଗତି କରିଛି। ଏହା ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଓ ନରସାପୁର ମଧ୍ୟବର୍ତୀ ଅଂଚଳରେ, ଓଙ୍ଗୋଲ୍ ର ଦକ୍ଷିଣ ପାର୍ଶ୍ୱରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଇଛନ୍ତି।

ସେ କହିଛନ୍ତି ଯେ ଆଜି ରାତି ୧୧ଟା ୩୦ରୁ ନଭେମ୍ବର ୩ ତାରିଖ ଭୋର୍ ୪ଟା ମଧ୍ୟରେ ବାତ୍ୟାଟି ସ୍ଥଳଭାଗ ଅତିକ୍ରମ କରିପାରେ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଂଟାପ୍ରତି ୧୦୦ରୁ ୧୧୦ କିଲୋମିଟର ରହିବା ସହ ଝଟକା ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ପହଂଚିପାରେ। ସ୍ଥଳଭାଗ ଅତିକ୍ରମ କରିବା ପରେ ବାତ୍ୟାଟି ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି।

ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ବିଶେଷ ରହିବ ନାହିଁ। ତେବେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ବିଜୁଳି ଓ ଘଡ଼ଘଡ଼ି ସମୟରେ ଘଂଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଟକା ପବନ ବହିବାର ଆଶଙ୍କା ରହିଛି।ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୭ରୁ ୧୨ ସେଂଟିମିଟର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ, ନଭେମ୍ବର ୨ରୁ ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ବନ୍ଦରଗୁଡ଼ିକ ପାଇଁ ୩ ନମ୍ବର ସ୍ଥାନୀୟ ସତର୍କତା ସଙ୍କେତ ଜାରି କରାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande