ଚିକିଟିର ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.) - ଗଞ୍ଜାମ ଜିଲ୍ଲା, ଚିକିଟି ତହସିଲର ନରସିଂହ ସାହୁ (ପିତା - ଭଗବାନ ସାହୁ) ଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍
cm


ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.) - ଗଞ୍ଜାମ ଜିଲ୍ଲା, ଚିକିଟି ତହସିଲର ନରସିଂହ ସାହୁ (ପିତା - ଭଗବାନ ସାହୁ) ଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଆର୍ôଥକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande