
ଭୁବନେଶ୍ୱର, ୮ ନଭେମ୍ବର (ହି.ସ.)। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ସର୍କିଟ୍ ହାଉସ୍ଠାରେ ଜନସାଧାରଣଙ୍କ ସହ ସିଧାସଳଖ ଆଲୋଚନା କରି ସେମାନଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଛନ୍ତି।
ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ତ୍ୱରିତ ଓ ସଠିକ୍ ସମାଧାନ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଅଧିକାରୀମାନଙ୍କୁ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଲୋକଙ୍କ ସୁଖଦୁଃଖରେ ସାମିଲ ହୋଇ ସେମାନଙ୍କ ସେବା କରିବା ରାଜ୍ୟ ସରକାରଙ୍କ ପ୍ରମୁଖ ସଂକଳ୍ପ ଏବଂ ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ ମିଡିଆ ପୋଷ୍ଟରେ ଉଲ୍ଲେଖ କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ