ଗୀତା ପଟ୍ଟନାୟକଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ୱର, ୧୫ ଫେବୃୟାରୀ (ହି.ସ)- ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ୍ସରେ ଏକ ଶୋକବାର୍ତାରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃ
ଗୀତା ପଟ୍ଟନାୟକଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର, ୧୫ ଫେବୃୟାରୀ (ହି.ସ)- ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ୍ସରେ ଏକ ଶୋକବାର୍ତାରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଆ ସଙ୍ଗୀତ ଜଗତରେ ସେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ଓଡ଼ିଶାର କଳା ସଂସ୍କୃତିକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ତାଙ୍କ କଣ୍ଠର ଯାଦୁ ଆଗାମୀ ପିଢ଼ି ପାଇଁ ପ୍ରେରଣା ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande