
ଜୟପୁର, ୧୧ ମାର୍ଚ୍ଚ (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ୨ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଦୁଇ ଅଭିଯୁକ୍ତ ହେଲେ ହରଡାପୁଟ ଦିବାନ ବିଷୋୟୀ ଓ ନୁଆପୁଟ ବିଦ୍ୟା ଖରା । ସୂଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା କୁମୁଲିପୁଟ ଓ ନୁଆପୁଟ ଗ୍ରାମ ରାସ୍ତାରେ ଚଢାଉ କରି ୨୫ ଲିଟର ଦେଶି ମଦ ଜବତ କରିଛି । ଗିରଫ ଦୁଇ ଅଭିଯୁକ୍ତ କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି