ମାର୍ଚ୍ଚ ୧୫ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୩ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୫ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ୩ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ମାର୍ଚ୍ଚ ୧୫ ତାରିଖ ସକାଳ ଠ
ମାର୍ଚ୍ଚ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ


ମାର୍ଚ୍ଚ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ମାର୍ଚ୍ଚ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୩ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୫ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ୩ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ମାର୍ଚ୍ଚ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ମାର୍ଚ୍ଚ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ମାର୍ଚ୍ଚ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ପରବର୍ତୀ ୨ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande