
ଭୁବନେଶ୍ୱର, 15 ମାର୍ଚ୍ଚ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଳତୀ ଚୌଧୁରୀଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ସମାଜସେବୀ ମାଳତୀ ଚୌଧୁରୀଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି । ସ୍ଵାଧୀନତା ଆନ୍ଦୋଳନଠାରୁ ଆରମ୍ଭ କରି ସମାଜ ସେବା ପର୍ଯ୍ୟନ୍ତ, ନାରୀ ସଶକ୍ତିକରଣ କ୍ଷେତ୍ରରେ ତାଙ୍କର ଅବଦାନ ସଦା ଅବିସ୍ମରଣୀୟ । ଜନସେବା ପ୍ରତି ତାଙ୍କର ନିଷ୍ଠା ଓ ଆଦର୍ଶ ଚିରକାଳ ଆମ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ