ଗ୍ରୀଷ୍ମ ପ୍ରବାହ ପରିଚାଳନା ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି
ଗ୍ରୀଷ୍ମ ପ୍ରବାହ ପରିଚାଳନା ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି
ଗ୍ରୀଷ୍ମ ପ୍ରବାହ ପରିଚାଳନା ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି


ଗ୍ରୀଷ୍ମ ପ୍ରବାହ ପରିଚାଳନା ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି


ସମ୍ବଲପୁର, ୧୫, ମାର୍ଚ୍ଚ (ହି.ସ.) ସମ୍ବଲପୁର ଜିଲ୍ଲାର ଜିଲ୍ଳାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଗ୍ରୀଷ୍ମ ପ୍ରବାହ ସୁପରିଚାଳନାର ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ସହିତ ଚଳିତ ମାର୍ଚ୍ଚ ଠାରୁ ଜୁନ୍ ମାସ ମଧ୍ୟରେ ଅଂଶୁଘାତର ମୁକାବିଲା ପାଇଁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ସଚେତନତା ଓ ସତର୍କତା ଅବଲମ୍ବନ କରିବାକୁ ବୈଠକରେ ପରାମର୍ଶ ଦିଆଯାଇଛି। ସେ ନେଇ ଜିଲ୍ଲାର ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀମାନଙ୍କ ସହ ପୁଙ୍ଖାନପୁଙ୍ଖ ଆଲୋଚନା କରାଯାଇଥିଲା । ସମସ୍ତ ବିଭାଗୀୟ ଅଧିକାରୀ, ତହସିଲଦାର ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନଙ୍କୁ ସଜାଗ ରହି ଗ୍ରୀଷ୍ମ ପ୍ରବାହ ପରିସ୍ଥିତିର ମୁକାବିଲା କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅଂଶୁଘାତ ଯୋଗୁ ଜୀବନ ପ୍ରତି ବିପଦ ଥିବାରୁ ସ୍ୱାସ୍ଥ୍ୟ ବିଭାଗକୁ ଉପଯୁକ୍ତ ପରିମାଣ ଓଆରଏସ, ପେକେଟ ଓ ଆବଶ୍ୟକୀୟ ଔଷଧ ମଜୁଦ ରଖିବା ସହିତ ସଜାଗ ରହିବାକୁ କହିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଏକ ସ୍ୱତନ୍ତ୍ର ଅଂଶୁଘାତ କକ୍ଷ କରାଯିବା ସହ ଅଂଶୁଘାତ ରୋଗୀଙ୍କ ପାଇଁ ସମସ୍ତ ପ୍ରକାର ଆଶୁ ଚିକିତ୍ସା ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାପାଇଁ କହିଥିଲେ । ସେହିପରି ସମସ୍ତ ଗ୍ରାମାଞ୍ଚଳ, ଏନ୍ଏସି ଓ ସମସ୍ତ ବ୍ଲକ ପକ୍ଷରୁ ବିଭିନ୍ନ ଛକ ଜାଗାରେ ଜଳଛତ୍ର ଖୋଲିବା, ଖରାପ ଥିବା ନଳକୂଅକୁ ତୁରନ୍ତ ମରାମତି କରିବାକୁ କୁହାଯାଇଛି l ସହର ଜନବହୁଳ ଅଞ୍ଚଳ ସ୍ଥାୟୀ ପାନୀୟଜଳର ର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଗ୍ରୀଷ୍ମଦିନରେ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପଶୁ ପକ୍ଷୀମାନଙ୍କ ପାଇଁ ପାନୀୟଜଳର ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା । ସେହିପରି ମଧ୍ୟାହ୍ନରେ ବାହାରେ ବୁଲିବା ସମୟରେ ପାଣି ବୋତଲ,ଛତା, ଟୋପି ତଥା ଓଦା କପଡା ଇତ୍ୟାଦି ମୁଣ୍ଡରେ ପକାଇ ଯାତାୟତ କରିବା ଏବଂ ଏନେଇ ଜିଲ୍ଲାର ସମସ୍ତ ଜନସାଧାରଣ ଙ୍କୁ ବ୍ୟାପକ ସଚେତନ କରାଇବାକୁ ଆଲୋଚନା ହୋଇଥିଲା। ଜିଲ୍ଲାରେ ଅଚଳ ଥିବା ନଳକୂପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରିବା, ପାନୀୟଜଳ ସଙ୍କଟ ଥିବା ଅଞ୍ଚଳଗୁଡିକୁ ଚିହ୍ନଟ କରି ଆବଶ୍ୟକ ସ୍ଥଳେ ଭ୍ରାମ୍ୟମାଣ ଟ୍ୟାଙ୍କର ଦ୍ୱାରା ପିଇବା ପାଣିର ସୁବ୍ୟବସ୍ଥା କରିବା, ଗ୍ରୀଷ୍ମ ପ୍ରବାହକୁ ଦେଖି ଶିକ୍ଷାନୁଷ୍ଠାନ ଗୁଡିକର ସମୟ ପରିବର୍ତନ କରିବା, ଯାନବାହାନରେ ଯାତ୍ରୀ ପରିବହନ ସମୟ ପାଣି ଓ ଓଆରଏସ ପ୍ୟାକେଟ କରିବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼ ଲାଇନ ଅନୁଯାୟୀ ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା, ଶ୍ରମିକମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ପରିବର୍ତ୍ତନ କରିବା ସହିତ ଶ୍ରମିକମାନଙ୍କ ପାଇଁ କାର୍ଯ୍ୟସ୍ଥଳରେ ସ୍ୱତନ୍ତ୍ର ପାଣିର ବ୍ୟବସ୍ଥା କରାଯିବ । ସେହିପରି ଜୀବ ଜନ୍ତୁଙ୍କ ସୁରକ୍ଷା,ଜଙ୍ଗଲ ସୁରକ୍ଷା ଇତ୍ୟାଦି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି । ଅଂଶୁଘାତର ସ୍ଥଳେ ବ୍ଲକ କାର୍ଯ୍ୟାଳୟ,ତହସିଲ କାର୍ଯ୍ୟାଳୟ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ସମସ୍ତ କାର୍ଯ୍ୟାଳୟରେ ତୁରନ୍ତ ଆବଶ୍ୟକୀୟ ସେବା ଯୋଗାଇ ଦେବା ଓ ପ୍ରତ୍ୟେକ ଅଙ୍ଗନୱାଡି କେନ୍ଦ୍ର ଓ ବିଦ୍ୟାଳୟରେ ପର୍ଯ୍ୟାପ୍ତ ପରିମାଣର ଓଆରଏସ ପ୍ୟାକେଟ, ଥଣ୍ଡା ପାନୀୟଜଳ ମହଜୁଦ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande