ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼ ନେଇ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ଵର, ୧୫ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୫ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୫ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼ ନେଇ ମ
୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୭ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ


୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼ର ସମ୍ଭାବନା ନେଇ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା (ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ଵର, ୧୫ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୫ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୫ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼ ନେଇ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ମାର୍ଚ୍ଚ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା (ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼ର ସମ୍ଭାବନା ନେଇ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୭ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୭ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅର୍ଥାତ୍ ୨୦ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande