ଲଇକେରାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି; ସମସ୍ୟାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ
Joint grievance in laikera
ଲଇକେରାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି; ସମସ୍ୟାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ


ଝାରସୁଗୁଡା, ୧୬ ମାର୍ଚ୍ଚ (ହି.ସ.)- ଝାରସୁଗୁଡା ଜିଲା ଲଇକେରା ବ୍ଲକ କାର୍ଯ୍ୟାଳୟ ସ୍ଥିତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଆଜି ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ଲୋକଙ୍କ ସମସ୍ୟାକୁ ଗୁରୁତର ସହ ନେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଆଜିର ଏହି ଶିବିରରେ ମୋଟ ୩୬ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ସମସ୍ୟା ହୋଇଥିବା ବେଳେ ୧୨ଟି ଗୋଷ୍ଠୀଗତ ସମସ୍ୟା ରହିଥିଲା। ମୁଖ୍ୟତଃ ଜମିଜମା ସମ୍ବନ୍ଧୀୟ ବିବାଦ, ଦିବ୍ୟାଙ୍ଗଙ୍କ ସହାୟତା ଏବଂ ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ ସେବାରେ ସୃଷ୍ଟି ହେଉଥିବା ବ୍ୟାଘାତ ସମ୍ପର୍କରେ ଲୋକେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବର୍ତ୍ତମାନର ପ୍ରଖର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପଞ୍ଚାୟତ ସ୍ତରରେ ଜନସାଧାରଣଙ୍କ ସୁବିଧା ପାଇଁ ଅଧିକ ଯତ୍ନବାନ ହେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ପାନୀୟ ଜଳ ଏବଂ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଯେପରି କୌଣସି ଅବହେଳା ନହୁଏ, ସେଥିପ୍ରତି ସତର୍କ ରହିବାକୁ ସେ କହିଛନ୍ତି। ଏହି ପରିପ୍ରେକ୍ଷୀରେ ୨ ଜଣ ହିତାଧିକାରୀଙ୍କୁ ରେଡକ୍ରସ ପାଣ୍ଠିରୁ ୧୦,୦୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରାଯାଇଥିଲା।

ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଜି.ଆର ରାଘବେନ୍ଦ୍ର, ଉପ ଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା, ଲଇକେରା ବିଡିଓ ଜଜ୍ ଡୁଙ୍ଗଡୁଙ୍ଗଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ପଦାଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande