
- ଜୁନ୍ ୩୦ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ
ଭୁବନେଶ୍ୱର, ୧୮ ମାର୍ଚ୍ଚ (ହି.ସ)- ଭୁବନେଶ୍ୱରରେ ନିର୍ମାଣାଧୀନ ବିଧାୟକ ଆବାସିକ କମ୍ପେ୍ଲକ୍ସ ନିର୍ମାଣ ଅଗ୍ରଗତି ନେଇ ବୁଧବାର ଆଇନ, ପୂର୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଂଚଳ ଗସ୍ତ କରିବା ସହ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସମ୍ପୂର୍ଣ୍ଣ ଅଂଚଳ ବୁଲି ଦେଖିବା ସହ ବାକିଥିବା କାର୍ଯ୍ୟକୁ ତ୍ୱରିତ ଗତିରେ ଆଗେଇ ନେବା ପାଇଁ ବରିଷ୍ଠ ଅଧିକାରୀ ଏବଂ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ ।
୬ଟି ଟାୱାରବିଶିଷ୍ଟ ଏହି ଆବାସିକ କମ୍ପେ୍ଲକ୍ସରେ ମୋଟ ୩୦୦ଟି ଫ୍ଲାଟ ରହିଛି। ସେଥି ମଧ୍ୟରୁ ୧୦୫ଟି ଟାଇପ୍ ୭ ଫ୍ଲାଟ୍ ରହିଥିବାବେଳେ ୧୯୫ଟି ଟାଇପ୍ ୬ ଫ୍ଲାଟ୍ ର ବ୍ୟବସ୍ଥା ରହିଛି । କମ୍ପେ୍ଲକ୍ସରେ ୧୩୦ ଜଣ ବିଧାୟକ ଏବଂ ୧୭୦ ଜଣ ବରିଷ୍ଠ ଅଧିକାରୀ ରହିବା ଭଳି ବ୍ୟବସ୍ଥା ରହିବ। ଏଥି ସହିତ ପରିସରରେ ସ୍ୱରେଜ ଟ୍ରିଟ୍ମେଂଟ ପ୍ଲାଂଟ ଏବଂ ଭୂତଳ ଜଳ ସଂରକ୍ଷଣ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା ରହିବା ସହ ପରସରକୁ ସବୁଜ ବଳୟରେ ପରିଣତ କରବା ପାଇଁ ବଡ଼ ବଡ଼ ଉପାଦେୟ ଗଛ ଲଗାଯିବ । ସେହିଭଳି ଅତିଥିମାନଙ୍କ ପାଇଁ ୫୦ କୋଠରିବିଶିଷ୍ଟ ଏକ କ୍ଲବ୍ ହାଉସ୍ ନିର୍ମାଣ ନେଇ ଆଲୋଚନା ହୋଇଥିଲା ।
ଏହି ବୈଠକରେ ବିଧାୟକ ବାବୁ ସିଂ, ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ, ଓବିସିସିର ପରିଚାଳନା ନିର୍ଦ୍ଦେଶକ ଅନୁପମ୍ ସାହାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ, ମୁଖ୍ୟଯନ୍ତ୍ରୀ ଏବଂ ଠିକା ସଂସ୍ଥାର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା