
ଭଦ୍ରକ, ୨୫ ମାର୍ଚ୍ଚ (ହି.ସ.) - ଏହି ଜିଲାର ଧାମନଗର ବ୍ଲକ ପଧାନୀ ପଂଚାୟତ ସ୍ଥିତ ମୁକ୍ତେଶ୍ୱର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସମାରୋହ ବୁଧବାର ଦିନ ବିଦ୍ୟାଳୟ ପରିସର ରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଧୀର କୁମାର ମହାନ୍ତିଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥିମାନେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ ଶିକ୍ଷାର ମହତ୍ୱ ଉପରେ ଆଲୋକପାତ କରିଥିଲେ।ଏହି ଉତ୍ସବରେ ମୂଖ୍ୟ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଡ. ପ୍ରଫୁଲ୍ଲ କୁମାର ସାହୁ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସୁନାଗରିକ ଭାବେ ଗଢ଼ିତୋଳିବା ପାଇଁ ଶିକ୍ଷକ ଓ ଅଭିଭାବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପ୍ରତିନିଧି ତଥା ସ୍ଥାନୀୟ ସରପଂଚ ଅଶୋକ କୁମାର ପୁହାଣ, ସାଂସଦଙ୍କ ପ୍ରତିନିଧି ମନୋଜ କୁମାର ମଲ୍ଲିକ, ସାମ୍ବାଦିକ ପ୍ରଦୀପ କୁମାର ମହାପାତ୍ର, ଧାମନଗର ୟୁକୋ ବ୍ୟାଙ୍କ ଶାଖା ପରିଚାଳକ ପ୍ରଭାତ କୁମାର ମହାନ୍ତି ଏବଂ ଶିକ୍ଷକ ନେତା ସୁରେନ୍ଦ୍ର କୁମାର ସେଠୀ ପ୍ରମୁଖ ଯୋଗଦେଇଥିଲେ। ବକ୍ତବ୍ୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ସି.ଆର.ସି.ସି ଅଶ୍ୱିନୀ କୁମାର ଜେନା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷୟତ୍ରୀ ସ୍ୱର୍ଣ୍ଣପ୍ରଭା ସାହୁ ଅତିଥିମାନଙ୍କୁ ମଂଚ ଆମନ୍ତ୍ରଣ କରିଥିଲେ। ଏହି ଅବସରରେ 'ପୂଜ୍ୟ ପୂଜା ସମ୍ମାନ'ରେ ପୂର୍ବତନ ପ୍ରଧାନ ଶିକ୍ଷକ ଆନନ୍ଦ ଚନ୍ଦ୍ର କର, ସବିତା ନାୟକ, ସମାଜସେବୀ ଚନ୍ଦ୍ରକାନ୍ତ ସାହୁ ଓ ସନାତନ ଜେନାଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଦୋବଲ ସି.ଆର.ସି.ସି ହପା ମାରାଣ୍ଡି ମାନପତ୍ର ପାଠ କରିଥିଲେ।ଏହି ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଶିକ୍ଷକ ବିଶ୍ୱନାଥ ବେହେରା, ରାଧାଶ୍ୟାମ ଘଡେଇ, ଉମେଶ ପଣ୍ଡା ଏବଂ କୃଷ୍ଣଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ଶୋଭା ବର୍ଦ୍ଧନ କରିଥିଲେ। ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ନୃତ୍ୟ ପରିବେଷଣ କରାଯାଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ଗ୍ରାମବାସୀଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଛି।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ
ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ