ଆସିଲା ଅବକାରୀ ନୀତି ୨୦୨୬ – ୨୦୨୯, ବଢ଼ିଲା ଅବକାରୀ ଶୁଳ୍କ, ଆଉ ଖୋଲିବନି ନୂଆ ମଦ ଦୋକାନ
ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧ ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି, କିମ୍ବା ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ । ପୂର୍ବ ପ୍ରଚଳିତ ବାର୍ଷିକ ନୀତି ପରିବର୍ତ୍ତେ ତ୍ରୈବାର୍
ପୃଥ୍ୱୀରାଜ


ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ

୨୦୨୯ ଅବଧ ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି, କିମ୍ବା ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ

ରହିବ ।

ପୂର୍ବ ପ୍ରଚଳିତ ବାର୍ଷିକ ନୀତି ପରିବର୍ତ୍ତେ ତ୍ରୈବାର୍ଷିକ ଅବକାରୀ

ନୀତି ରୂପରେଖ ପ୍ରବର୍ତ୍ତନ ମାଧ୍ୟମରେ ସରକାର ଏହି କ୍ଷେତ୍ରରେ ନୀତିରେ ସ୍ଥିରତା ଓ ସ୍ୱଚ୍ଛତା

ଆଣିବାକୁ ଉଦ୍ୟମ କରୁଛନ୍ତି, ଏହାସହିତ ଆବଶ୍ୟକ

ହେଲେ ଏହାକୁ ପରିବର୍ତନ କରିବାର ପ୍ରକ୍ରିୟା ମଧ୍ୟ ରଖୁଛନ୍ତି ।

ଏହି ନୀତି ଅଧୀନରେ ଏକ ଗୁରୁତ୍ବପୂର୍ଣ ସିଦ୍ଧାନ୍ତ ହେଉଛି ଅବକାରୀ

ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ପ୍ରବର୍ତ୍ତନ । ଏହା ମାଧ୍ୟମରେ ମଦକୁ ଏକ କ୍ଷତିକାରକ

ପଦାର୍ଥ ଭାବେ ସ୍ଵୀକାର କରାଯାଇଛି । ଏହି ସେସ୍ରୁ ଆସୁଥିବା ଆୟ ମଡେଲ ଡି-ଆଡିକ୍ସନ କେନ୍ଦ୍ର

ସ୍ଥାପନ ଓ ସୁଦୃଢ଼ କରିବାରେ ବ୍ୟୟ କରାଯିବ।

ବିଭିନ୍ନ ଅବକାରୀ ଲାଇସେକ୍ସ ପାଇଁ ଆବେଦନ ଶୁଳ୍କ ୧୦% ବଢ଼ାଯିବ ଏବଂ

ଲାଇସେକ୍ସ ଶୁଳ୍କ ପ୍ରତି ବର୍ଷ ୧୦ ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧିପାଇବ । ଆଇଏମଏଫଏଲ ଓ ଦେଶୀ ମଦ (ସିଏଲ) ଉପରେ ଅବକାରୀ ଶୁଳ୍କ ମଧ୍ୟ ବଢ଼ାଯାଇଛି ।

ଏକ ମୁଖ୍ୟ ସଂରଚନାତ୍ମକ ସଂଶୋଧନ ଭାବେ ମିନିମମ ଗ୍ୟାରେଂଟି

କ୍ୱାଣ୍ଟିଟି (ଏମଜିକ୍ୟୁ) ପ୍ରଣାଳୀରୁ ମିନିମମ

ଗ୍ୟାରେଣ୍ଟେଡ ଏକ୍ସଇଜ ରେଭିନ୍ୟୁପ୍ରଣାଳୀକୁ

ଆଣାଯାଇଛି । ଏହା ଦ୍ବାରା ସରକାରୀ ରାଜସ୍ୱ ସୁରକ୍ଷିତ ହେବା ସହିତ ବ୍ୟବସାୟୀ ମାନଙ୍କୁ କେବଳ

ପରିମାଣ ଲକ୍ଷ୍ୟ ପୂରଣ ପାଇଁ ବିକ୍ରି ବଢ଼ାଇବାର ଚାପ ହ୍ରାସ ପାଇବ । ଏହା କୁଚିଆ

ବିକ୍ରୟ ପ୍ରଥାକୁ ରୋକିବାରେ ସହାୟକ ହେବ ।

ଏହି ନୀତି ଅନୁଯାୟୀ ରାଜ୍ୟରେ ନୂତନ ଅଫ୍, ସିଏଲକିମ୍ବା ଓଏସଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହଁ । ଗ୍ରାମୀଣ ଅଞ୍ଚଳରେ

ମଧ୍ୟ ନୂତନ ଅନଦୋକାନ ଖୋଲିବା

ନିମନ୍ତେ ଅନୁମୋଦନ ଦିଆଯିବ ନାହିଁ, କେବଳ ଶିଳ୍ପାଞ୍ଚଳର

୩-ତାରକା ଓ ତାହା ଠାରୁ ଉପର ହୋଟେଲ୍ ଓ କ୍ଲବ୍ରେ ଛାଡ଼ ରହିବ |

ଧାର୍ମିକ ଓ ସାଂସ୍କୃତିକ ଭାବନାକୁ ସମ୍ମାନ ଦେଇ ପୁରୀର ଶ୍ରୀଜଗନ୍ନାଥ

ମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବ ନାହିଁ । ଏହା ସହିତ ଘରକୁ ମଦ ପହଞ୍ଚାଇବାକୁ

ମଧ୍ୟ ଅନୁମତି ଦିଆଯିବ ନାହିଁ।

ଆଉଟ ଷ୍ଟିଲ (ଓଏସ) ଉତ୍ପାଦନ ୟୁନିଟ୍ ଗୁଡ଼ିକୁ ଆଧୁନିକୀକରଣ, ଉନ୍ନତ ପ୍ୟାକେଜିଂ ଏବଂ ଗୁଣବତ୍ତା ନିୟନ୍ତ୍ରଣ

ଯନ୍ତ୍ରପାତି ସ୍ଥାପନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଫଏସଏସଏଆଇସାର୍ଟିଫିକେସନ୍ ଓ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପାଳନ ଅନିବାର୍ଯ୍ୟ

କରାଯିବ । ନିର୍ଦ୍ଧାରିତ ସମୟ ସୀମାରେ ଆଧୁନିକୀକରଣ ସମ୍ପୂର୍ଣ୍ଣ କରୁଥିବା ୟୁନିଟ୍ ମାନଙ୍କୁ

ପ୍ରୋତ୍ସାହନ ମଧ୍ୟ ଦିଆଯିବ।

ସରକାର ଇଏନଏଗତିବିଧି

ନିରୀକ୍ଷଣ ଓ ଉତ୍ପାଦନରୁ ବିକ୍ରୟ ପର୍ଯ୍ୟନ୍ତ ପ୍ରତ୍ୟେକ ବୋତଲକୁ ଟ୍ରାକ୍ କରିବା ପାଇଁ ଟ୍ରାକ

ଆଣ୍ଡ ଟ୍ରେସପ୍ରଣାଳୀ ପ୍ରବର୍ତନ

କରିବାକୁ ସିଦ୍ଧାନ୍ତ ନେଇଛନ୍ତି । ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ ଗୁଡ଼ିକୁ ସିସିଟିଭିନିରୀକ୍ଷଣ ଅଧୀନରେ ଆଣାଯିବ ଏବଂ ଏହାକୁ ଅବକାରୀ କମିଶନରଙ୍କ

କାର୍ଯ୍ୟାଳୟ ଓ ସମ୍ପର୍କିତ ଜିଲ୍ଲା କାର୍ଯ୍ୟାଳୟ ସହ ସଂଯୋଜିତ କରାଯିବ I

ଏହା ସହିତ ରାଜ୍ୟର ଅବକାରୀ ରାସାୟନିକ ପରୀକ୍ଷାଗାର ଗୁଡ଼ିକୁ ଆଧୁନିକ

ପ୍ରଯୁକ୍ତି ଓ ପ୍ରଶିକ୍ଷିତ ମାନବ ସମ୍ବଳ ମାଧ୍ୟମରେ ସୁଦୃଢ଼ ଓ ଉନ୍ନତ କରାଯିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande