
ଭୁବନେଶ୍ୱର, 28 ମାର୍ଚ୍ଚ (ହି.ସ.)- ଦଶପଲ୍ଲା
ଦୁର୍ଘଟଣାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ
ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ନୟାଗଡ଼ ଜିଲ୍ଲା ଦଶପଲ୍ଲା କୁଟିବାରି
ଘାଟି ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ
। ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।
ଏହି ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ସମସ୍ତ ବ୍ୟକ୍ତିଙ୍କର ଆଶୁ ଆରୋଗ୍ୟ କାମନା
କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା