ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକୋତ୍ସବ
ଭୁବନ, ୩୦ ମାର୍ଚ୍ଚ (ହି.ସ.)- ଢେ଼ଙ୍କାନାଳ ଜିଲ୍ଲା ଭୁବନର ପୁରାତନ ଶିକ୍ଷାନୁଷ୍ଠାନ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟି ସଭାପତି ହୃଷୀକେଶ ସାହୁଙ୍କ ଅଧ୍ୟକ୍ଷତା ଓ ବରିଷ୍ଠ ଶିକ୍ଷୟିତ୍ରୀ ମମତା ପୃଷ୍ଟିଙ୍କ ସଂଯୋଜନାରେ ଅନୁଷ
ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକୋତ୍ସବ-୨


ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକୋତ୍ସବ


ଭୁବନ, ୩୦ ମାର୍ଚ୍ଚ (ହି.ସ.)- ଢେ଼ଙ୍କାନାଳ ଜିଲ୍ଲା ଭୁବନର ପୁରାତନ ଶିକ୍ଷାନୁଷ୍ଠାନ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟି ସଭାପତି ହୃଷୀକେଶ ସାହୁଙ୍କ ଅଧ୍ୟକ୍ଷତା ଓ ବରିଷ୍ଠ ଶିକ୍ଷୟିତ୍ରୀ ମମତା ପୃଷ୍ଟିଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ ଅବସରପ୍ରାପ୍ତ ଶିକ୍ଷକ ତଥା ବିଦ୍ୟାଳୟର ଉପଦେଷ୍ଟା ବାଳକୃଷ୍ଣ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ବିଦ୍ୟାଳୟରେ ଆଧ୍ୟାତ୍ମିକ, ଯୋଗ, ଗୁଣାତ୍ମକ, ସଂସ୍କାର ଶିକ୍ଷା ସହିତ ଦେଶପ୍ରେମ ଶିକ୍ଷା ଦିଆ ଯାଉଥିବାରୁ ଅରବିନ୍ଦ ଶିକ୍ଷାକେନ୍ଦ୍ର ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ବୋଲି କୁହାଯାଏ । ଏହି ଶିକ୍ଷାକେନ୍ଦ୍ରରେ ଅଭିଜ୍ଞ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦ୍ଵାରା ଉନ୍ନତ ମାନର ଶିକ୍ଷା ଦିଆଯାଉଥିବାରୁ ନିଜର ଏକ ସ୍ୱତନ୍ତ୍ର ସ୍ଥାନ ହାସଲ କରିପାରିଛି ବୋଲି ମୁଖ୍ୟ ଅତିଥି ଶ୍ରୀ ସାହୁ ମତବ୍ୟକ୍ତ କରିଥିଲେ। ମୁଖ୍ୟବକ୍ତା ଭାବେ ବିଦ୍ୟାଳୟ ଉପ ସଭାପତି ବ୍ରହ୍ମାନନ୍ଦ ସାହୁ ଓ ସମ୍ମାନିତ ଅତିଥି ଭାବେ ବରିଷ୍ଠ ସଭ୍ୟ ବେଣୁଧର ଗୁରୁ ଯୋଗଦେଇ ବିଦ୍ୟାଳୟର ଉନ୍ନତି ପାଇଁ ଅଭିଭାବକ ମାନେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ସହଯୋଗ କରିବାକୁ ନିବେଦନ କରିଥିଲେ। ଅଧ୍ୟକ୍ଷ ଦୀନବନ୍ଧୁ ବେହେରା ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମ୍ପାଦକ ବିଭୂତି ଭୂଷଣ ବେହେରା ବାର୍ଷିକ ବିବରଣୀ ପାଠ ମାଧ୍ୟମରେ ବିଦ୍ୟାଳୟର ସଫଳତା ଓ ଅଭାବ ଅସୁବିଧା ସଂପର୍କରେ ଅତିଥିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ଅବସରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ବରିଷ୍ଠ ଶିକ୍ଷକ ରତିକାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ବିଧାୟକ ଶତ୍ରୁଘ୍ନ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେବାର ଥିଲା କିନ୍ତୁ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ବିଳମ୍ବରେ ପହଞ୍ଚି ଛାତ୍ର ଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ। ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା କ୍ଷୁଦ୍ର ନାଟିକା ଅତୁଟ ଏ ବନ୍ଧନ ଏବଂ ଡ୍ୟାନ୍ସ ଧମାକା ପରିବେଷଣ ହୋଇଥିଲା। ଏହି ଅବସରରେ ସକାଳେ ଆଧ୍ୟାତ୍ମିକ ପତାକା ଉତୋଳନ, ବନ୍ଦେ ମାତରଂ ଗାନ କରାଯାଇଥିଲା। ଏଥିରେ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ମାନେ ସକ୍ରିୟ ଅଂଶଗ୍ରହଣ ଓ ସହଯୋଗ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande