ଝଡ଼ ସହିତ ବଜ୍ରପାତ ଓ ପବନ ୮ରୁ ୧୦ ତାରିଖ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୫ ମାର୍ଚ୍ଚ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୮ ତାରିଖ ସକାଳ ସୁଦ୍ଧା ଝଡ଼, ପବନ କିମ୍ବା ବଜ୍ରପାତ ନେଇ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୮ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ କ
୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୫ ମାର୍ଚ୍ଚ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୮ ତାରିଖ ସକାଳ ସୁଦ୍ଧା ଝଡ଼, ପବନ କିମ୍ବା ବଜ୍ରପାତ ନେଇ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୮ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅର୍ଥାତ୍ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande