


ଭୁବନେଶ୍ୱର, ୫ ମାର୍ଚ୍ଚ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୨ ଦିନ ଅର୍ଥାତ୍ ୧୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏହାର ପରବର୍ତୀ ୨ ଦିନ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ