ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ
ଭୁବନେଶ୍ୱର, ୦୫ ମାର୍ଚ୍ଚ (ହି.ସ)- ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଗୁରୁବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ôଥକ ସ୍ଥିତି ଏବଂ ୨୦୨୬ ଫେବୃଆରୀ ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫
gd


ଭୁବନେଶ୍ୱର, ୦୫ ମାର୍ଚ୍ଚ (ହି.ସ)- ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଗୁରୁବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ôଥକ ସ୍ଥିତି ଏବଂ ୨୦୨୬ ଫେବୃଆରୀ ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ôଥକ ବର୍ଷର ବଜେଟ୍ ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା । ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ଧାର୍ଯ୍ୟ ସମୟ ଚଳିତ ମାସ ଶେଷ ସୁଦ୍ଧା ବଜେଟ୍ ଅନୁମୋଦନ ହିସାବରେ ଖର୍ଚ୍ଚ ଉପଯୋଗ କରିବା ଏବଂ ଆଗାମୀ ୨୦୨୬-୨୭ ଆର୍ôଥକ ବର୍ଷ ପାଇଁ ବଜେଟ୍ ରେ ପ୍ରସ୍ତାବିତ ନୂତନ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ପାଇଁ ପ୍ରସ୍ତତି କରିବାକୁ ବିଶେଷ ଦୃଷ୍ଟି ଦେବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande