ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୫ ମାର୍ଚ୍ଚ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୬ ତାରିଖ ଭୋର୍ କିମ୍ବା ସକାଳ ସମୟରେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର
ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୫ ମାର୍ଚ୍ଚ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।

ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୬ ତାରିଖ ଭୋର୍ କିମ୍ବା ସକାଳ ସମୟରେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।

ସେହିପରି ୬ ତାରିଖ ସକାଳ ଠାରୁ ୭ ତାରିଖ ଭୋର୍ କିମ୍ବା ସକାଳ ସମୟରେ ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande