
ଭୁବନେଶ୍ୱର, 08 ମାର୍ଚ୍ଚ (ହି.ସ.)- ଅନ୍ତର୍ଜାତୀୟ ମହିଳା ଦିବସରେ ମାତୃଶକ୍ତିଙ୍କୁ
ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମସ୍ତ ମାତୃଶକ୍ତିଙ୍କୁ
ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି।
'ଲକ୍ଷପତି ଦିଦି' ଠାରୁ ଆରମ୍ଭ କରି 'ସୁଭଦ୍ରା ଯୋଜନା' ପର୍ଯ୍ୟନ୍ତ ଏଭଳି ଅନେକ
ଯୋଜନା ଆଜି ଦେଶର ମାତୃଶକ୍ତିଙ୍କୁ ଆତ୍ମନିର୍ଭରଶୀଳ କରିବାରେ ସହାୟକ ହୋଇପାରିଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା