
ଭୁବନେଶ୍ୱର, ୧୨ ଅପ୍ରେଲ (ହି.ସ.)- ଆଗାମୀ ୨ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୧୪ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏହାର ପରବର୍ତୀ ୩ ଦିନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ