ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୭ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୭ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା, ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା ଏବଂ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande