୧୭ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ
ଭୁବନେଶ୍ୱର, ୧୭ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୧୭ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ହିଟ୍ ୱେଭ୍ ନେଇ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(କଳାହାଣ୍ଡି, ସମ୍ବଲପୁର,
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୭ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୧୭ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ହିଟ୍ ୱେଭ୍ ନେଇ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(କଳାହାଣ୍ଡି, ସମ୍ବଲପୁର, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ହିଟ୍ ୱେଭ୍ ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା, ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା ଏବଂ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande