ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ସର୍ବାଧିକ ୩୨.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୭ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ସର୍ବାଧିକ ୩୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୨୮.୦ ମି.ମି., ବେତନଟିରେ ୨୭.୦ ମି.ମି., ସୁଳିଆ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ସର୍ବାଧିକ ୩୨.୦  ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୭ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ସର୍ବାଧିକ ୩୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୨୮.୦ ମି.ମି., ବେତନଟିରେ ୨୭.୦ ମି.ମି., ସୁଳିଆପଦାରେ ୧୮.୦ ମି.ମି., ମୋରଡ଼ାରେ ୧୭.୦ ମି.ମି., ଯଶିପୁରରେ ୧୨.୪ ମି.ମି., ରାୟଗଡ଼ା ଜିଲ୍ଲାର ବିଷମକଟକରେ ୧୦.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁରରେ ୯.୦ ମି.ମି., ଚନ୍ଦନପୁରରେ ୮.୮ ମି.ମି., ଜାମସୋଳାଘାଟରେ ୮.୪ ମି.ମି., ବାଲେଶ୍ୱର ଜିଲ୍ଲାର ଏନଏଚ-୫, ଗୋବିନ୍ଦପୁରରେ ୭.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଦାରେ ୭.୦ ମି.ମି. ଏବଂ କୁସୁମିରେ ୫.୫ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande