ଝାରସୁଗୁଡ଼ା ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ଵାଗତ
ଝାରସୁଗୁଡ଼ା, ୨୧ ଏପ୍ରିଲ୍ (ହି.ସ.)- ଓଡ଼ିଶା ଗସ୍ତ ଅବସରରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରଠାରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯ
ଝାରସୁଗୁଡ଼ା ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ଵାଗତ


ଝାରସୁଗୁଡ଼ା, ୨୧ ଏପ୍ରିଲ୍ (ହି.ସ.)- ଓଡ଼ିଶା ଗସ୍ତ ଅବସରରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରଠାରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିମାନ ବନ୍ଦର ନିକଟରେ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସ୍ଵାଗତ ଜଣାଇଥିଲେ।

ଏହି ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଝାରସୁଗୁଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ତୁଳାବତୀ ମିଞ୍ଜ, ଏନସିସି ଗ୍ରୁପ କମାଣ୍ଡର କର୍ଣ୍ଣେଲ ପ୍ରସାଦ କଦମ ଏବଂ ଏନସିସି ଏୟାରୱିଙ୍ଗ ର କମାଣ୍ଡିଂ ଅଫିସର ୱିଙ୍ଗ କମାଣ୍ଡର ତାପସ ଓଝା ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହିତ ଝାରସୁଗୁଡ଼ା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣ ଏବଂ ଆରକ୍ଷୀ ଅଧିକ୍ଷକ ଜି. ଆର. ରାଘବେନ୍ଦ୍ର ମାନ୍ୟବର ରାଷ୍ଟ୍ରପତିଙ୍କୁ ସ୍ଵାଗତ କରିବା ସହ ସମସ୍ତ ପ୍ରଶାସନିକ ବ୍ୟବସ୍ଥା ଓ ସୁରକ୍ଷା ଦାୟିତ୍ୱ ତଦାରଖ କରିଥିଲେ। ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ସମଗ୍ର ଜିଲ୍ଲାରେ ଉତ୍ସାହର ପରିବେଶ ଦେଖିବାକୁ ମିଳିଛି।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande