
ଭୁବନେଶ୍ୱର, ୨୧ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି ।
ସେହିପରି ଗରମ ଓ ଗୁଳୁଗୁଳି ନେଇ ୨୨ ତାରିଖ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ୧୧ ଜିଲ୍ଲା, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲା, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲା, ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ