ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ଆଗାମୀ ୨୪ ଘଂଟା ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୧ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ,  ଆଗାମୀ ୨୪ ଘଂଟା ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୧ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି., ଅନ୍ୟ କେତେକ ସ୍ଥାନରେ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୧୫ ଜିଲ୍ଲା, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା ଏବଂ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅପ୍ରେଲ ୨୬ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande