


ଭୁବନେଶ୍ୱର, ୨୧ ଅପ୍ରେଲ (ହି.ସ.)- ଗରମ ରାତି ନେଇ ୨୩ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ରାତି ନେଇ ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଗରମ ରାତି ନେଇ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, ଅନୁଗୁଳ, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗରମ ରାତି ନେଇ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା (ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, ଅନୁଗୁଳ, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ