ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ
ଭଦ୍ରକ, ୨୨ ଅପ୍ରେଲ (ହି.ସ.) - ଓଡ଼ିଶା ରାଜ୍ୟ ଆଇନ୍ ସେବା ପ୍ରାଧିକରଣ, କଟକଙ୍କ ପ୍ରଦତ କାର୍ଯ୍ୟକ୍ରମ ଅନୁସାରେ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ଲଲାଟେନ୍ଦୁ ଜେନାଙ୍କ ନିର୍ଦ୍ଦେଶ କ୍ରମେ ଜିଳ୍ଲା ଆଇନ୍ ସେବା ପ୍ରାଧିକରଣ, ଭଦ୍ରକଙ୍କ ଦ୍ୱାରା ଓକରା ଉଚ୍ଚ ବିଦ୍ୟାଳୟ
ZILLA AAIN SEVA PRADHIKARAN SACHETANATA PROGRAMME


ଭଦ୍ରକ, ୨୨ ଅପ୍ରେଲ (ହି.ସ.) - ଓଡ଼ିଶା ରାଜ୍ୟ ଆଇନ୍ ସେବା ପ୍ରାଧିକରଣ, କଟକଙ୍କ ପ୍ରଦତ କାର୍ଯ୍ୟକ୍ରମ ଅନୁସାରେ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ଲଲାଟେନ୍ଦୁ ଜେନାଙ୍କ ନିର୍ଦ୍ଦେଶ କ୍ରମେ ଜିଳ୍ଲା ଆଇନ୍ ସେବା ପ୍ରାଧିକରଣ, ଭଦ୍ରକଙ୍କ ଦ୍ୱାରା ଓକରା ଉଚ୍ଚ ବିଦ୍ୟାଳୟରେ ନାଲସା (ଅଧାରୁ ପାଠ ପଢା ଛାଡ଼ିଥିବା ଏବଂ ପଛୁଆ ପିଲାମାନଙ୍କ ପାଇଁ ଆର୍ôଥକ ସହାୟତା) ଯୋଜନା, ୨୦୨୫ ଏବଂ ମାନବ-ବନ୍ୟଜୀବନ ସଂଘର୍ଷର ପୀଡିତଙ୍କ ନ୍ୟାୟ ପାଇବା ପାଇଁ ନାଲସା ଯୋଜନା, ୨୦୨୫ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ପୁଣ୍ୟଶ୍ଲୋକ ରଥ, ଜିଲ୍ଲା ଆଇନ ସେବା ପ୍ରାଧିକରଣର ଏଏଲ୍ ଡିଏସ୍ ସହାୟକ, ଡ. ତାପସ କୁମାର ମହାନ୍ତି , ଜିଲ୍ଲା ବିଜ୍ଞାନ ନିରୀକ୍ଷକ ହିମାଦ୍ରି ନନ୍ଦିନୀ ବିଶ୍ୱାଳ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟୟିତ୍ରୀ ମଧୁସ୍ମିତା ରାଉତରାୟ ତଥା ୭୦ରୁ ଅଧିକ ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସଚେତନତା କରାଇ ଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣର କର୍ମୀଗଣ ଏହି ସଚେତନତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande