
ଭଦ୍ରକ, ୨୬ ଅପ୍ରେଲ (ହି.ସ.) - ଓଡ଼ିଶା ରାଜ୍ୟ ଆଇନ୍ ସେବା ପ୍ରାଧିକରଣ, କଟକଙ୍କ ପ୍ରଦତ କାର୍ଯକ୍ରମ ଅନୁସାରେ ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ଲଲାଟେନ୍ଦୁ ଜେନାଙ୍କ ନିର୍ଦ୍ଦେଶ କ୍ରମେ ଜିଳ୍ଲା ଆଇନ୍ ସେବା ପ୍ରାଧିକରଣ, ଭଦ୍ରକଙ୍କ ଦ୍ୱାରା ମାନସିକ ଅକ୍ଷମ ଓ ବୈଦ୍ଧିକ ଅକ୍ଷମ ନାଲସା ଯୋଜନା, ୨୦୨୪ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ବୀଣାପାଣି ହେଲେନ୍ କେଲର ଅନ୍ଧ,ମୁକ, ବଧୀର ବିଦ୍ୟାଳୟ, ଲାଙ୍ଗୁଡି, ଭଦ୍ରକ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ପୁଣ୍ୟଶ୍ଲୋକ ରଥ, ଜିଲ୍ଲା ଆଇନ ସେବା ପ୍ରାଧିକରଣର ଏଏଲ୍ଡିଏସ୍ ସହାୟକ, ଡ. ତାପସ କୁମାର ମହାନ୍ତି, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ, ତିଳୋତମା ମାଝି ତଥା ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣର କର୍ମୀଗଣ ଏହି ସଚେତନତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ
ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ