
ଭୁବନେଶ୍ୱର, 26 ଏପ୍ରିଲ୍ (ହି.ସ.)- ରାଜ୍ୟର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା କୃଷ୍ଣଚନ୍ଦ୍ର
ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ
ଗଠନର ଅନ୍ୟତମ କର୍ଣ୍ଣଧାର ତଥା ରାଜ୍ୟର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା କୃଷ୍ଣଚନ୍ଦ୍ର ଗଜପତି
ନାରାୟଣ ଦେବଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭାଷାଭାଷୀ ଅଞ୍ଚଳର ଏକତ୍ରିକରଣ
ଏବଂ ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ତାଙ୍କର ନିସ୍ୱାର୍ଥପର ତ୍ୟାଗ ଓ ଦୂରଦୃଷ୍ଟି ସଦା ସର୍ବଦା
ଅବିସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା